ମାଛକୁଣ୍ଡ ଡ୍ୟାମ ନିକଟରୁ ୬୭୦ କେଜି ୯୦୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ

Machkund Police Big Success | 670 Kg Ganja Seized Near Machkund Dam


 କୋରାପୁଟ, ୨୪/୦୯/୨୬: କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସକୁ ବଡ଼ ସଫଳତା ମିଳିଛି। ମାଛକୁଣ୍ଡ ଡ୍ୟାମ ନିକଟରୁ ପୋଲିସ ୬୭୦ କେଜି ୯୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି।


ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମାଛକୁଣ୍ଡ ପୁଲିସ ପକ୍ଷରୁ ଡ୍ୟାମ ନିକଟ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିବା ବେଳେ ଘଟଣାସ୍ଥଳରୁ ଜଣେ ଅଭିଯୁକ୍ତକୁ ଅଟକ ରଖିଛି ପୁଲିସ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ଏହି ଗଞ୍ଜେଇ ଚାଲାଣ ପଛରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେ ନେଇ ପୁଲିସ ଅଧିକ ତଦନ୍ତ ଜାରି ରଖିଛି। ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି।

କୋରାପୁଟ ଜିଲ୍ଲାରେ ଗଞ୍ଜେଇ ଚାଲାଣ ରୋକିବା ପାଇଁ ପୁଲିସର ଏଭଳି କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି କୁହାଯାଇଛି

Thanks for reading: ମାଛକୁଣ୍ଡ ଡ୍ୟାମ ନିକଟରୁ ୬୭୦ କେଜି ୯୦୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ, Sorry, my English is bad:)

Getting Info...

Post a Comment

Oops!
It seems there is something wrong with your internet connection. Please connect to the internet and start browsing again.
Site is Blocked
Sorry! This site is not available in your country.