ରାୟଗଡ ଜିଲ୍ଲା ପ୍ରତିନିଧି ନରୋତ୍ତମ ପାଢ଼ୀଙ୍କ ରିପୋର୍ଟ,
ବିଷମକଟକ/ରାୟଗଡ, ୨୧/୦୯/୨୦୨୬ : ବିଷମକଟକ ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତାରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା।
ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଅନାସାହେବ ଓହଲ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ବିଷମକଟକ ତହସିଲଦାର କେ. ଭେଙ୍କେଟେଶ୍ୱର ରେଡ୍ଡୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବ ପ୍ରସାଦ ପଟ୍ଟନାୟକ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ।
ଆଜି ମୋଟ ୪୯ଟି ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ ସେଥିରୁ ୩୬ଟି ବ୍ୟକ୍ତିଗତ ଏବଂ ୧୩ଟି ସାମୂହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ କରି ସମ୍ପୃକ୍ତ ଅଧିକାରୀଙ୍କ ନିକଟକୁ ପ୍ରେରଣ କରି ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ଗ୍ରହଣ କରାଯାଇଥିବା ବିବରଣୀ ଜିଲ୍ଲାପାଳଙ୍କ ଅବଗତି ନିମନ୍ତେ ତୁରନ୍ତ ରିପୋର୍ଟ ଦାଖଲ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିରରେ ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ହେମ୍ବ୍ରମ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।
Thanks for reading: ବିଷମକଟକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ, Sorry, my English is bad:)

