Posts

କାଶୀପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣୀ, ୨୦୪ ଅଭିଯୋଗର ଶୁଣାଣୀ କଲେ ଜିଲ୍ଲାପାଳ



 ରିପୋର୍ଟର: ନରୋତ୍ତମ ପାଢ଼ୀ

କାଶୀପୁର / ରାୟଗଡା, ୧୬.୧୧.୨୦୨୬ :

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କାଶୀପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି।

ରାୟଗଡା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ନିହାରରଞ୍ଜନ ପ୍ରଧାନ, ଉପଜିଲ୍ଲାପାଳ ସୁଶ୍ରୀ ମୃଣାଳିକା ରାଠୋଡ଼, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀମତୀ କ୍ଷୀରାବ୍ଦୀ ତନୟା ସାହୁ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ବିଶ୍ୱମ୍ବର କୁମାର ବେହେରାଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଜିର ଶିବିରରେ ମୋଟ ୨୦୪ଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୧୦୯ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୯୫ଟି ଗ୍ରାମବାସୀଙ୍କ ସାମୂହିକ ଅଭିଯୋଗ ଥିଲା।

ସମସ୍ତ ଅଭିଯୋଗର ଶୁଣାଣୀ କରିବା ପରେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

Thanks for reading: କାଶୀପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣୀ, ୨୦୪ ଅଭିଯୋଗର ଶୁଣାଣୀ କଲେ ଜିଲ୍ଲାପାଳ, Sorry, my English is bad:)

Getting Info...

Post a Comment

Oops!
It seems there is something wrong with your internet connection. Please connect to the internet and start browsing again.
Site is Blocked
Sorry! This site is not available in your country.